Latest Odisha News

BREAKING NEWS

ଜର୍ମାନୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଆଜିଠୁ ପ୍ରଧାନମନ୍ତ୍ରୀ ଜର୍ମାନୀ ଗସ୍ତ ଆରମ୍ଭ କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଜର୍ମାନୀରେ ପହଁଚିଛନ୍ତି  ।

ଗସ୍ତ ପୂର୍ବରୁ  ପ୍ରଧାନମନ୍ତ୍ରୀ ଟୁଇଟ କରି କହିଥିଲେ ଯେ ଚାନସେଲର ମହାମହିମ ଓଲାଫ ସୋଜଙ୍କ ଆମନ୍ତ୍ରଣ କ୍ରମେ ଜି୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ମୁଁ ଜର୍ମାନୀର ସୋଲସ ଏଲାମୁ ଗସ୍ତରେ ଯାଉଛି । ଗତ ମାସର ଭାରତ-ଜର୍ମାନୀ ଆନ୍ତଃ ସରକାରୀ ଫଳପ୍ରଦ ବିଚାରବିମର୍ଶ ପରେ ଚାନସେଲର ସୋଜଙ୍କୁ ପୁଣି ଦେଖାକରିବା ଏକ ନିଶ୍ଚିତ ଭାବେ ସୁଖଦ ଅବସର ।

ମାନବତା ଉପରେ ପ୍ରଭାବ ବିସ୍ତାରକାରୀ ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ସମସ୍ୟାକୁ ନେଇ ଆନ୍ତର୍ଜାତିକ ସହଯୋଗକୁ ମଜବୁତ କରିବା ନିମନ୍ତେ ଜର୍ମାନୀ ଏବଂ ଅନ୍ୟ ଗଣତାନ୍ତ୍ରିକ ରାଷ୍ଟ୍ର ଯଥା ଆର୍ଜେଣ୍ଟିନା, ଇଣ୍ଡୋନେସିଆ, ସେନେଗାଲ ଓ ଦକ୍ଷିଣ ଆଫ୍ରିକାକୁ ମଧ୍ୟ ଜି୭ ଶିଖର ସମ୍ମିଳନୀକୁ ଆମନ୍ତ୍ରଣ କରାଯାଇଛି।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଶିଖର ସମ୍ମିଳନୀର ଅଧିବେଶନ କାଳରେ ମୁଁ ଜି-୭ ଦେଶ ସମୂହ, ଜି-୭ ସହଯୋଗୀ ରାଷ୍ଟ୍ର ଓ ଅତିଥି ଆନ୍ତର୍ଜାତିକ ସଂଗଠନଗୁଡ଼ିକ ସହ ପରିବେଶ, ଶକ୍ତି, ଜଳବାୟୁ, ଖାଦ୍ୟ, ସୁରକ୍ଷା, ସ୍ୱାସ୍ଥ୍ୟ, ଆତଙ୍କବାଦ ନିରୋଧ, ଲିଙ୍ଗଗତ ସମାନତା ଓ ଗଣତନ୍ତ୍ର ଉପରେ ମତ ବିନିମୟ କରିବି । ସମ୍ମିଳନୀ କାଳରେ ମୁଁ କେତେକ ଜି-୭ ଅଂଶଗ୍ରହଣକାରୀ ଦେଶ ଓ ଅତିଥି ଦେଶ ନେତୃବୃନ୍ଦଙ୍କ ସହ ଆଲୋଚନା କରିବି ।

ଏହା ସହ ଜର୍ମାନୀ ଗସ୍ତ କାଳରେ  ୟୁରୋପର ବିଭିନ୍ନ ଦେଶରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କ ସହ ସାକ୍ଷାତ କରିବେ ବୋଲି ସେ ଟୁଇଟ କରିଛନ୍ତି ।

 

Leave A Reply

Your email address will not be published.