Latest Odisha News

BREAKING NEWS

ବନକଲାଗି ନୀତି ପାଇଁ ୬ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି। ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବା ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତତୁ କରିଥାନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ । ଫଳରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ କରିବାରୁ ବଞ୍ଚିତ ରହିଥାନ୍ତି।

Leave A Reply

Your email address will not be published.