କେନ୍ଦୁଝର : କେନ୍ଦୁଝର ଜିଲ୍ଲା କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ମୃତ କଏଦୀ ହେଲେ ତେଲକୋଇ ଥାନା କାଳିମା ଗାଁର କୀର୍ତ୍ତନ କିଷାନ । ୨୦୧୮ ମସିହା ଡିସେମ୍ବର ୧୨ ତାରିଖରେ ନିଜ ଜ୍ବାଇଁଙ୍କୁ ହତ୍ୟା କରି ଜେଲରେ ଥିଲେ । ଏହି ଘଟଣାରେ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ମଧ୍ୟ ବିଚାରାଧୀନ କଏଦୀ ଭାବେ କାରାଗାରରେ ଥିଲେ । ହେଲେ ଆଜି ସକାଳୁ ଅଭିଯୁକ୍ତ କୀର୍ତ୍ତନ ଚା’ ପିଇବାକୁ ଗ୍ଲାସ ନେଉଥିବା ସମୟରେ ହଠାତ ଗୋଡ ଖସି ଯାଇଥିଲା । ଫଳରା ତଳେ ପଡିଯିବାରୁ ମୁଣ୍ଡ ପିଟି ହୋଇ ଆହତ ହୋଇଥିଲେ କୀର୍ତ୍ତନ । ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ଡାକ୍ତର କୀର୍ତ୍ତନଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାରେ ପୋଲିସ ତଦନ୍ତ ଜାରି ରହିଛି । କିଛଇ ଦିନ ପୂର୍ବରୁ ମୃତ କୀର୍ତ୍ତନଙ୍କୁ ଜଣେ ପୁଅ ଜାମିନରେ ମୁକୁଳି ଥିଲେ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.