Latest Odisha News

BREAKING NEWS

Prison Death:ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର

ବଲାଙ୍ଗିର:ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ । ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି।

୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ ଗୋପାଳ । ବର୍ଷେ ତଳେ ଆଜୀବନ କାରାଦଣ୍ଡ ଶୁଣାଇଥିଲେ କୋର୍ଟ । ଆଜି ଝୁଲନ୍ତା ଅବସ୍ଥାରେ ଗୋପାଳଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଜେଲ କର୍ତ୍ତୃପକ୍ଷ। ଭୀମଭୋଇ ମେଡିକାଲ କଲେଜରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ଏପେଟ ଭୀଷ୍ମଦେବଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.