ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାର ୯ମ ଦିବସରେ ଭାରତ ପାଇଁ ପଦକ ଜିତିଛନ୍ତି ମହିଳା ରେସ ୱାକର ପ୍ରିୟଙ୍କା ଗୋସ୍ୱାମୀ । ସେ ୧୦ ହଜାର ମିଟର ରେସରେ ରୌପ୍ୟ ପଦକ ଜିତି ଭାରତକୁ ଗୌରବାନ୍ୱିତ କରିଛନ୍ତି । ପ୍ରିୟଙ୍କା ୪୩.୩୮ ମିନିଟରେ ତାଙ୍କ ରେସ୍ ସମ୍ପୂର୍ଣ୍ଣ କରିଥିଲେ । ୪୨.୩୪ ମିନିଟ ସମୟ ସହ ଅଷ୍ଟ୍ରେଲିଆର ଜେମିମା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେହିପରି କେନିୟାର ଏମଲି ୪୩:୫୦.୮୬ ସେକେଣ୍ଡ ସମୟ ସହ ବ୍ରୋଞ୍ଜ ପଦକ ଜିତିଛନ୍ତି । ଶନିବାର ଭାରତର ଦୁଇ ରେସଲର ଭିନେଶ ଫୋଗଟ ଓ ପୂଜା ସେହାଗ ସେମାନଙ୍କ ବିଭାଗର ଫାଇନାଲରେ ପ୍ରବେଶ କରି ଭାରତ ପାଇଁ ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି । ସେହିପରି ମହିଳା ହକିରେ ଭାରତ ଜବରଦସ୍ତ ପ୍ରଦର୍ଶନ କରିଥିଲେ ମଧ୍ୟ ପେନାଲ୍ଟି ଶୁଟଆଉଟରେ ହାରି ଯାଇଛି । ଏବେ ବ୍ରୋଞ୍ଜ ପଦକ ପାଇଁ ଦଳ ମୁକାବିଲା କରିବ ।
BREAKING NEWS
- ତୁମେ ୧୨ ବଲ୍ରେ ଅର୍ଦ୍ଧଶତକ ଲଗାଇ ପାରିଲ ନାହିଁ
- ଭାରତୀୟ ବକ୍ସିଂ ମହାସଂଘରେ ବଡ଼ ବିବାଦ: ଅଜୟ ସିଂଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି
- ୨୫ ବର୍ଷ ପରେ ଇଂଲଣ୍ଡର କୌଣସି ଫୁଟବଲର୍ଙ୍କୁ ମିଳିଲା ବାଲେନ୍ ଡି’ଓର୍ ଆୱାର୍ଡ
- ବାତ୍ୟାକୁ ପ୍ରତିହତ କରିବା ନିମନ୍ତେ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ-ରାଜସ୍ୱ ମନ୍ତ୍ରୀ
- ବାତ୍ୟା ‘ଅର୍ଣ୍ଣବ’ ପାଇଁ ୨୧ ଟ୍ରେନ୍ ବାତିଲ୍ କଲା ECoR
- ୧୯ ବର୍ଷରୁ କମ ମହିଳା କ୍ରିକେଟ: ବିସିସିଆଇ ନିକଟରେ ଅଭିଯୋଗ କଲା ଝାରଖଣ୍ଡ
- ଭାଷାକୁ ବର୍ଣ୍ଣାଶୁଦ୍ଧିରୁ ମୁକ୍ତ କରିବା ପାଇଁ ଡିସେମ୍ବର ୧୪ ‘ଜାତୀୟ ପ୍ରୁଫ୍-ସଂଶୋଧନ ଦିବସ’ ଘୋଷଣା
- ସିଆଇଡି ସ୍ରଷ୍ଟା ବି.ପି. ସିଂହଙ୍କ ପରଲୋକ, ଶ୍ରଦ୍ଧାଂଜଳି ଜଣାଇଲେ ତାରକା
- E-20 ଅପପ୍ରଚାର ପେଡ୍ କ୍ୟାମ୍ପେନ୍ ଥିଲା କହିଲେ କେନ୍ଦ୍ରମନ୍ତ୍ରୀ ଗଡକରୀ
- ଅଭିନେତା ଇମ୍ରାନ ଖାନ୍ ସାମାନ୍ୟ ଆଶ୍ୱସ୍ତ, ନଭେମ୍ବର ୨ ଯାଏଁ ହେବନି କାର୍ଯ୍ୟାନୁଷ୍ଠାନ

Comments are closed.