ସମ୍ବଲପୁର:ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ମହିଳା ପୋଲିସ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଗିରଫ କରିଛି ଓ କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା(୩୨)। ଏହାପରେ ସମ୍ବଲପୁର GM ବିଶ୍ୱବିଦ୍ୟାଳୟର ଏଜୁକେସନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନାଙ୍କୁ ଗୁରୁବାର ଚାକିରିରୁ ସସ୍ପେଣ୍ଡ କରାଯାଇଛି।
ଖବରମୁତାବକ, ୪ ମାସ ତଳେ ଛାତ୍ରୀ ଜଣଙ୍କ ଅସଦାଚରଣ ନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ । ହେଲେ ପୋଲିସ ସେତେବେଳେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା ।ଛାତ୍ରୀ ଜଣକ ତାଙ୍କର ଅଭିଯୋଗରେ ଦର୍ଶାଇଥିଲେ ଯେ, ବିବାହ ପ୍ରତିଶ୍ରୁତି ଦେଇ ଗୋପୀକାନ୍ତ ସୁନା ତାଙ୍କ ସହିତ ଶାରୀରିକ ସଂପର୍କ ରଖିଥିଲେ।
ତେବେ ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା। ସମ୍ବଲପୁର ଏସପି ଅଧ୍ୟାପକ ଗିରଫ ନେଇ ସ୍ପଷ୍ଟ କରିଛନ୍ତି । ସୂଚନାଥାଉ କି, ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଦହିତା ଗ୍ରାମର ମୂଳ ନିବାସୀ ପ୍ରଫେସର ସୁନା ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସେ ବିବାହ ପାଇଁ ମନା କରି ଦେଇଥିଲେ ବୋଲି ପୀଡ଼ିତା ଛାତ୍ରୀ ଅଭିଯୋଗ କରିଥିଲେ ।
Comments are closed.