Latest Odisha News

ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିବ

ଭୁବନେଶ୍ୱର:  ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିପାରିବ । ରାଜ୍ୟ ଅତିଥି ଭବନରେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ର ମନ୍ତ୍ରୀ ରାମଦାସ ଅଠାଓ୍ବଲେ  ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଏହା କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଡକ୍ଟର ଅଠାୱଲେ କହିଥିଲେ ଯେ ଭାରତ ସରକାର ଡକ୍ଟର ଆମ୍ବେଦକର ଫାଉଣ୍ଡେସନ ସହ ମିଶି ଆନ୍ତଃଜାତି ବିବାହ ପାଇଁ ଅଢେଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି । ଅନ୍ୟପକ୍ଷରେ ଓଡିଶା ସରକାରଙ୍କ ମଧ୍ୟ ଏପରି ଯୋଜନା ରହିଛି । କିନ୍ତୁ ଏଭଳି ବିବାହକୁ ବ୍ୟାପକ ଆକାରରେ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକତା ଅଛି ବୋଲି  ମନ୍ତ୍ରୀ କହିଛନ୍ତି  ।  ଓଡିଶାରେ ୨୦୨୦ଓ ୨୦୨୧ ମସିହାରେ  ରେ ୧୮୪୭ଟି ଆନ୍ତଃଜାତି ବିବାହ ପଞ୍ଜୀକରଣ ହୋଇଥିଲା । ୨୦୨୧ ଓ ୨୦୨୨ ମସିହାକୁ ଏହି ସଂଖ୍ୟା ୨୪୨୮କୁ ବୃଦ୍ଧି ପାଇଛି । ଦିବ୍ୟାଙ୍ଗ, ବୟସ୍କ, ବିଧବାମାନଙ୍କର ସ୍ଥିତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ପ୍ରାୟ ୨୦ ଲକ୍ଷ ଦିବ୍ୟାଙ୍ଗ, ବୃଦ୍ଧବୃଦ୍ଧା ଏବଂ ବିଧବାମାନଙ୍କୁ ମାସିକ ୫୦୦ ଟଙ୍କାର ପେନସନ ମିଳୁଛି । ପେନସନ ହିତାଧିକାରୀଙ୍କ ସଂଖ୍ୟା ବଢାଇବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ।ଡକ୍ଟର ଅଠାୱଲେ ବିଭିନ୍ନ କେନ୍ଦ୍ରୀୟ କ୍ଷେତ୍ର ଯୋଜନା ଏବଂ ଓଡିଶାରେ ଏସବୁ ଯୋଜନାର କାର୍ଯ୍ୟକାରିତା ସ୍ଥିତି ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ ।

Comments are closed.