ଭୁବନେଶ୍ୱର: ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିପାରିବ । ରାଜ୍ୟ ଅତିଥି ଭବନରେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ର ମନ୍ତ୍ରୀ ରାମଦାସ ଅଠାଓ୍ବଲେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଏହା କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଡକ୍ଟର ଅଠାୱଲେ କହିଥିଲେ ଯେ ଭାରତ ସରକାର ଡକ୍ଟର ଆମ୍ବେଦକର ଫାଉଣ୍ଡେସନ ସହ ମିଶି ଆନ୍ତଃଜାତି ବିବାହ ପାଇଁ ଅଢେଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି । ଅନ୍ୟପକ୍ଷରେ ଓଡିଶା ସରକାରଙ୍କ ମଧ୍ୟ ଏପରି ଯୋଜନା ରହିଛି । କିନ୍ତୁ ଏଭଳି ବିବାହକୁ ବ୍ୟାପକ ଆକାରରେ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକତା ଅଛି ବୋଲି ମନ୍ତ୍ରୀ କହିଛନ୍ତି । ଓଡିଶାରେ ୨୦୨୦ଓ ୨୦୨୧ ମସିହାରେ ରେ ୧୮୪୭ଟି ଆନ୍ତଃଜାତି ବିବାହ ପଞ୍ଜୀକରଣ ହୋଇଥିଲା । ୨୦୨୧ ଓ ୨୦୨୨ ମସିହାକୁ ଏହି ସଂଖ୍ୟା ୨୪୨୮କୁ ବୃଦ୍ଧି ପାଇଛି । ଦିବ୍ୟାଙ୍ଗ, ବୟସ୍କ, ବିଧବାମାନଙ୍କର ସ୍ଥିତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ପ୍ରାୟ ୨୦ ଲକ୍ଷ ଦିବ୍ୟାଙ୍ଗ, ବୃଦ୍ଧବୃଦ୍ଧା ଏବଂ ବିଧବାମାନଙ୍କୁ ମାସିକ ୫୦୦ ଟଙ୍କାର ପେନସନ ମିଳୁଛି । ପେନସନ ହିତାଧିକାରୀଙ୍କ ସଂଖ୍ୟା ବଢାଇବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ।ଡକ୍ଟର ଅଠାୱଲେ ବିଭିନ୍ନ କେନ୍ଦ୍ରୀୟ କ୍ଷେତ୍ର ଯୋଜନା ଏବଂ ଓଡିଶାରେ ଏସବୁ ଯୋଜନାର କାର୍ଯ୍ୟକାରିତା ସ୍ଥିତି ସମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.