Latest Odisha News

BREAKING NEWS

ଜଳସାଥୀ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଜଳସାଥୀ କାର୍ଯ୍ୟକ୍ରମର ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ସହରାଞ୍ଚଳରେ ରାଜସ୍ୱ ବୃଦ୍ଧି ହେବା ସହିତ ମିଶନ ଶକ୍ତି ମା ମାନଙ୍କର ଆର୍ଥିକ ଅଭିବୃଦ୍ଧି ସହିତ ସଶକ୍ତିକରଣ ହୋଇପାରିବ ବୋଲି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ  କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି । ଏହାସହିତ ଜଳସାଥୀମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।

୧୧୪ଟି ସହରରୁ ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳ ବ୍ୟବସ୍ଥା  କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ । ଜଳସାଥୀ ମାନେ ସରକାର ଓ  ଜନସାଧାରଣଙ୍କ ମଧ୍ୟରେ ବିଶ୍ୱାସର ସେତୁ ହୋଇଛନ୍ତି ।

ସୂଚନାଯୋଗ୍ୟଯେ ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ Water Treatment Plant କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ଏବଂ ତୃତୀୟ ଲିଙ୍ଗର ଭଉଣୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି। ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮.୪୦ ଲକ୍ଷ ଉପଭୋକ୍ତାଙ୍କ ଜଳଯୋଗାଣ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି  ଏବଂ ଏ ବାବଦରେ ୬୭ କୋଟି ଟଙ୍କା ଜଳକର ଆଦାୟ କରିପାରିଛନ୍ତି ।

ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଓ ଜଳସାଥୀ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରରେ ପ୍ରାଥମିକତା ଦିଆଯାଇ ଅମୃତ ୨.୦ କାର୍ଯ୍ୟକ୍ରମରେ ସବୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ମହିଳା ସଶକ୍ତିକରଣ ଦିଗରେ ଏହା ଏକ ଅନନ୍ୟ ଉଦାହରଣ ବୋଲି ସେ କହିଥିଲେ। ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ରାଜ୍ୟର ରାଜ୍ୟର ଆଉ ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ପାଇପ ଜଳର ବ୍ୟବସ୍ଥା ସଂପୂର୍ଣ୍ଣ ହେବ ବୋଲି ସେ କହିଥିଲେ।

ବିଭାଗୀୟ ସ୍ୱତନ୍ତ୍ର ସଚିବ ଶ୍ରୀମତୀ ସାଗରିକା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜଳସାଥୀ ମାନଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ମିଶନ ଶକ୍ତିର କିଛି ମା ମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ।

Leave A Reply

Your email address will not be published.