Latest Odisha News

ମଦ ଦୋକାନ ଖୋଲିବାକୁ ବିରୋଧ କରି ଦାବିପତ୍ର ପ୍ରଦାନ

ଯାଜପୁର: ଜନବସତି ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଲୋକ ପ୍ରତିବାଦ କରିଛନ୍ତି । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ପ୍ରହ୍ଲାଦପୁର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ କରାଯାଇଛି । ଏନେଇ ଆଜି ଗ୍ରାମବାସୀଙ୍କ ପକ୍ଷରୁ ଜିଲ୍ଲା ଅବକାରୀ ବିଭାଗ ଓ ଜିଲ୍ଲା ପ୍ରଶାସନ ନିକଟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ଏହି ରାସ୍ତା ଦେଇ ପ୍ରତିଦିନ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ଯାତାୟତ କରୁଛନ୍ତି । ମଦ ଦୋକାନ ଖୋଲାଗଲେ ଏହାର କୁପ୍ରଭାବ ସ୍ଥାନୀୟ ଅଞ୍ଚଳରେ ପଡ଼ିବ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି । ପ୍ରଶାସନ ପକ୍ଷରୁ ତୁରନ୍ତ ମଦ ଦୋକାନା ଖୋଲିବା ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଦାବି ହୋଇଛି । ନହେଲେ ଆଗାମୀ ଦିନରେ ରାସ୍ତାରୋକ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

Leave A Reply

Your email address will not be published.