Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରାବଣ-ଶୁକ୍ଳ ତୃତୀୟା ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆଜା ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ପ୍ରାୟ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Comments are closed.