Latest Odisha News

BREAKING NEWS

ଦଶହରା ସମୟରେ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ପୂଜା ଛୁଟି ସମୟରେ ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରେଳ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି  । ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରୁ ତିରୁପତି ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି  । ଯାହା  ତିରୁପତି ପରିଦର୍ଶନ କରିବା ପାଇଁ ବ୍ରହ୍ମପୁର, ପାଲାସା, ଶ୍ରୀକାକୁଲମ୍, ବିଜୟନଗରମ ଯାତ୍ରୀମାନଙ୍କୁ ସୁବିଧା ଯୋଗାଇବ  ।

ଏହି ଟ୍ରେନ ଭୁବନେଶ୍ୱର ଓ ତିରୁପତି ମଧ୍ୟରେ ଉଭୟ ପାର୍ଶ୍ୱରୁ ଖୋର୍ଦ୍ଧା ରୋଡ, ବାଲୁଗାଁ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ, ବିଜୟନଗରମ, ଦୁଭାଡା, ଆନ୍ନାଭରମ, ସମାଲକୋଟ, ରାଜମହେନ୍ଦ୍ରୀ, ଏଲୁରୁ, ବିଜୟୱାଡା, ଓଙ୍ଗଲ, ନେଲୋର, ଗୁଡୁର ଏବଂ ରେଣିଗୁଣ୍ଟା ଷ୍ଟେସନ ମାନଙ୍କରେ ରହଣି କରିବ । ଏଥିରେ ୧୬ ଟି ଏସି-୩ ଟାୟାର କୋଚ ଏବଂ ଦୁଇଟି ଗାର୍ଡ-ଲଗେଜ୍ ତଥା ଜେନେରେଟର କାର୍ କୋଚ୍ ଉପଲବ୍ଧ ଅଛି ।

୦୨୮୦୯/୦୨୮୧୦ ଭୁବନେଶ୍ୱର-ତିରୁପତି-ଭୁବନେଶ୍ୱର ସାପ୍ତାହିକ ସୁପର ଫାଷ୍ଟ ସ୍ପେଶାଲ ଏକ୍ସପ୍ରେସ ଭୁବନେଶ୍ୱର ଠାରୁ ୧ ରୁ ୨୯ ଅକ୍ଟୋବର ୨୦୨୨ ମଧ୍ୟରେ ପ୍ରତ୍ୟେକ ଶନିବାର ଅପରାହ୍ନ ୧ ଘ.୩୦ ମି.ରେ ଛାଡି ତିରୁପତି ଯାତ୍ରା କରିବାକୁ ଥିବାବେଳେ ଫେରିବା ମାର୍ଗରେ ଏହା ତିରୁପତି ଠାରୁ ୨ ରୁ ୩୦ ଅକ୍ଟୋବର ୨୦୨୨ ମଧ୍ୟରେ ପ୍ରତ୍ୟକ ରବିବାର ରାତ୍ରି ୮ ଘଟିକାରେ ଛାଡି ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ  ।

Leave A Reply

Your email address will not be published.