Latest Odisha News

BREAKING NEWS

ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୩ ଆତଙ୍କୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାର ସିରୁନ୍ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ନେଇ ସେନା ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଏହି ଏନକାଉଣ୍ଟର ଜାରି ରହିଥିବା ସମୟରେ କିଛି ଲୋକମାନେ ଅଚାନକ ସୁରକ୍ଷାକର୍ମୀଙ୍କ ଉପରକୁ ପଥର ଫିଙ୍ଗିଥିଲେ । ଏହି ମଧ୍ୟରେ କିଛି ଯବାନ ଆହତ ହୋଇଥିବାବେଳେ ପାଖାପାଖି ୮ଜଣ ପଥର ଫିଙ୍ଗାଳୀ ପ୍ରାଣ ହରାଇଥିବା ନେଇ ସୁତ୍ରରୁ ପ୍ରକାଶ ।

ମିଳିଥିବା ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ପୁଲୱାମା ଜିଲ୍ଲାର ସିରୁନ୍ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ସର୍ଚ୍ଚ ଅପରେସନ ଜାରି କରା ଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଛପି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅପରପକ୍ଷେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.