ପୁରୀ: ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଦର୍ଶନ । ଗତକାଲି ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯାଇଥିଲା । ଆଜି ସକାଳୁ ସୁରୁଖୁରରେ ମହାପ୍ରଭୁଙ୍କ ଦର୍ଶ କରୁଛନ୍ତି ଶ୍ରଦ୍ଧାଳୁ । କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦରକାର ହେଉ ନଥିବା ବେଳେ ଆଜିଠାରୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଭକ୍ତଙ୍କୁ ଆଉ ବେଶୀ ସମୟ ଅପେକ୍ଷା କରିବାକୁ ପଡ଼ିବ ନାହିଁ । ବ୍ୟାରିକେଡକୁ ପାଖାପାଖି ୧ କିଲୋମିଟର କମାଇ ଦେଇଛି ପ୍ରଶାସନ । ଫଳରେ ସର୍ବସାଧାରଣ ଦର୍ଶନ ଆଉ ଟିକେ ସହଜ ହୋଇଛି । ଭକ୍ତଙ୍କୁ ଆଉ ବେଶୀ ସମୟ ଲାଇନରେ ଠିଆ ହେବାକୁ ପଡ଼ିବ ନାହିଁ ।
ଆଜିଠାରୁ ମରିଚିକୋଟ ଛକଠାରୁ ବ୍ୟାରିକେଡ ଦେଇ ଭକ୍ତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରୁଛନ୍ତି । ପୂର୍ବରୁ ଭକ୍ତଙ୍କ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ସିଂହଦ୍ୱାରଠାରୁ ମାର୍କେଟ ଛକ ଯାଏ ବ୍ୟାରିକେଡ କରିଥିଲା । ଫଳରେ ବାହାରୁ ଆସୁଥିବା ଭକ୍ତ ହଇରାଣ ହେଉଥିଲେ । ପିଲା ଛୁଆଙ୍କୁ ଧରି ଲାଇନରେ ଠିଆ ହେବା କଷ୍ଟକର ଥିଲା । ଏନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା ।
ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିବା ପରେ ବ୍ୟାରିକେଡକୁ ଗୋଟିଏ କିଲୋମିଟର କମାଇ ଦେଇଛି ପ୍ରଶାସନ । ବ୍ୟାରିକେଡ ଛୋଟ ହେବା ଦ୍ୱାରା ଅଧିକ ସଂଖ୍ୟକ ଭକ୍ତ ମହାପ୍ରଭୁଙ୍କୁ ଦର୍ଶ କରି ପାରୁଛନ୍ତି । ଭିଡ଼ ନିୟନ୍ତ୍ରଣ ପାଇଁ ମନ୍ଦିର ବାହାରେ ଓ ଭିତରେ ମୁତୟନ ହୋଇଛନ୍ତି ବ୍ୟାପକ ପୋଲିସ । ସମସ୍ତେ କୋଭିଡ୍ ଗାଇଡଲାଇନ୍ ମାନିବା ସହ ମାସ୍କ ପିନ୍ଧି ଓ ସାନିଟାଇଜ୍ କରି ମନ୍ଦିର ଭିତରେ ପ୍ରବେଶ କରୁଛନ୍ତି ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.