Latest Odisha News

BREAKING NEWS

ମାଘମେଳା ନିମନ୍ତେ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି

ପୁରୀ: ଚଳିତ ବର୍ଷ କୋଭିଡ୍ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମେଳା ଅନୁଷ୍ଠିତ ହେବ । ଜନ ସମାଗମରୁ କରୋନା ବ୍ୟାପିବାର ଆଶଙ୍କା ଥିବାରୁ କୋଣାର୍କ ଥାନା ଅଧିନସ୍ଥ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୧୮ ତାରିଖ ଦିନ ୧୧ଟାରୁ ୧୯ ତାରିଖ ଦିନ ଗୋଟାଏ ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ଜନସାଧାରଣଙ୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ଏବଂ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଭବତାରଣ ସାହୁ ୧୪୪ ଧାରା ଜାରି କରିଛନ୍ତି ।

ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ଗତ ୩୦ ତାରିଖରେ ଜାରି ନିର୍ଦ୍ଦେଶନାମା ଅନୁଯାୟୀ କେବଳ ସର୍ବାଧିକ ପାଞ୍ଚ ଶହ ବ୍ୟକ୍ତିଙ୍କ ଉପସ୍ଥିତିରେ ଠାକୁରଙ୍କ ଯଥାବିଧି ପୂଜାର୍ଚ୍ଚନା ସହ ଚନ୍ଦ୍ରଭାଗା ବୁଡ଼ ସମ୍ପନ୍ନ ହେବ । ଏଥିରେ ସମ୍ପୃକ୍ତ ସେବାୟତ, ବିମାନ ଯାତ୍ରାରେ ସାମିଲ ସହାୟକ, ସରକାରୀ ଅଧିକାରୀ ଓ କର୍ମଚାରୀ, ସ୍ଥାନୀୟ ସାମ୍ବାଦିକ ସାମିଲ ରହିବେ । ଏଥିରେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣ ମାନଙ୍କୁ ଅନୁରୋଧ କରିଛି । ଏହି କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ କହିଛି ।

Leave A Reply

Your email address will not be published.