ପୁରୀ : ଦୀପାବଳି ପାଇଁ ଶ୍ରୀମନ୍ଦିରରେ କଟକଣା । ଆସନ୍ତା କାଲି ଦୀପାବଳୀ ଏନେଇ ସିଂହଦ୍ୱାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି । ।ଦୀପାବଳୀ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ ଓ ଗୟା ଶ୍ରାଦ୍ଧ ଦେବା ପାଇଁ ଶ୍ରଦ୍ଧାଳୁ ଭିଡ ଜମିବାର ଆଶଙ୍କା ନେଇ ପ୍ରଶାସନ ଏଭଳି ନିଷ୍ପତି ନେଇଛି। ଏହି କଟକଣା ଆସନ୍ତାକଲି ପ୍ରାତଃ ୪ ଘଟିକା ସମୟରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ ।
କାଉଁରିଆ କାଠି ଜାଳିବା ବେଳେ ପ୍ରବଳ ଜନ ସମାଗମ ହେବା, ପ୍ରଦୂଷଣ ମାତ୍ରା ବୃଦ୍ଧି ଓ କୋଭିଡ କଟକଣା ଉଲ୍ଲଘଂନ ହେବାର ଆଶଙ୍କା ଥିବାରୁ ଏଭଳି ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି । ଏ ସଂକ୍ରାନ୍ତରେ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସନ୍ତାକାଲି ସାଧାରଣ ଦର୍ଶନ ବନ୍ଦ ନିମନ୍ତେ ଶ୍ରୀମନ୍ଦିର ବନ୍ଦ ରହିବ । ଉକ୍ତ ସମୟ ମଧ୍ୟରେ ସ୍ୱୀକୃତିପ୍ରାପ୍ତ ବ୍ୟକ୍ତି ବିଶେଷଙ୍କୁ ପ୍ରବେଶାନୁମତି ରହିବ । ଜରୁରୀକାଳୀନ ସେବା ପୂର୍ବଭଳି ଜାରି ରହିବ ।
Comments are closed.