Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ ୪ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ୱିତୀୟ ଭୋଗ ମଣ୍ଡପରେ ଦତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ହୋଇଥିବା ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସିଂହାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଭଳି ପାରମ୍ପରିକ ରଙ୍ଗରେ ବଡ଼ଠାକୁର ବଳଭଦ୍ର, କାଳିଆ ଠାକୁର, ଦେବୀ ସୁଭ୍ରଦା ଓ ଚକ୍ରରାଜ ସୁଦର୍ଶନ ଝଲସି ଉଠିବେ ।

Leave A Reply

Your email address will not be published.