ପୁରୀ:ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ହେବ ଖସାପଡା ନୀତି। ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ଏହି ସୂଚନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ।
ସୂଚନାଥାଉକି, ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ ଖସାପଡା ନୀତି। ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ଶେଷ ହେବା ପରେ ସାଧାରଣ ଦର୍ଶନ ହେବ ।