Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ: ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି  । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି  । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ପୂଜାପଣ୍ଡା ସେବକ ମାନେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ  ଆଜ୍ଞାମାଳ ପ୍ରଦାନ କରିବା ପରେ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ  ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନକୁ ବିଜେ କରାଇବେ ।

ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ  ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା ନୀତି କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ  ସୁସଜ୍ଜିତ କରାଯିବ । ଏହି ବେଶରେ ଶ୍ରୀଜିଉମାନେ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ  ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାର ଯଥା ହରିଡ଼ା ମାଳ, ବାହାଡା ମାଳ, ଶ୍ରୀଭୁଜ, ଶ୍ରୀପୟର, ଝୋବା ମାଳ, କିରିଟ, କୁଣ୍ଡଳ ଆଦି ବିବିଧ ସ୍ଵର୍ଣ୍ଣ ଅଳଙ୍କାରରେ ବିଭୂଷଣ କରାଯାଇଥାଏ ।

Leave A Reply

Your email address will not be published.