Latest Odisha News

ଆଜିଠୁ ରାଜ୍ୟବ୍ୟାପୀ ଶ୍ରୀଜଗନ୍ନାଥ ରଥ ପରିକ୍ରମା

ପୁରୀ: ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୂର୍ବରୁ ପ୍ରଚାର ପ୍ରସାର ପାଇଁ ପଞ୍ଚାୟତରାଜ ବିଭାଗ ପକ୍ଷରୁ ରାଜ୍ୟ ବ୍ୟାପୀ ଶ୍ରୀଜଗନ୍ନାଥ ରଥ ପରିକ୍ରମା କରିବା ଆରମ୍ଭ କରିଛି । ରାଜ୍ୟରେ ସମସ୍ତ ପଞ୍ଚାୟତ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଗାଁ ପରିକ୍ରମା କରିବା ସହ ଘରୁ ଘରୁ ଅରୁଆ ଚାଉଳ, ଗୁଆ ଓ ନଡ଼ିଆ ସଂଗ୍ରହ କରିବ ଏହି ରଥ । ଅନୁରୂପ ଭାବରେ ପୁରୀରେ ୬ ତାରିଖ ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ରଥ ବୁଲିବ ।

ପୁରୀ ରେ ୩ ଟି କ୍ଲଷ୍ଟର ରେ ୧୧ ପଞ୍ଚାୟତ ର ୩୦ ଟି ବ୍ଲକ ପରିକ୍ରମା କରିବ ରଥ । ଆଜି ପୁରୀ ସଦର ବ୍ଲକ ୨୫ ନମ୍ବର ଜୋନ ଅନ୍ତର୍ଗତ ତଳଜଂଘ ଓ ମାଳତୀପାଟପୁର, ୨୬ ନମ୍ବର ଜୋନ ଅନ୍ତର୍ଗତ ଗୋପୀନାଥପୁର ଓ କାଶୀ ହରିପୁର ଏବଂ ୨୭ ନମ୍ବର ଜୋନ ଅନ୍ତର୍ଗତ ବାଲିପୁଟ ଓ ରାଏଗୋରଡା ପଞ୍ଚାୟତରେ ଏହି ରଥ ପରିକ୍ରମା କରିବ ।

ପିଇଓ ଓ ଜିଆରଏସ୍ ମାନେ ପଞ୍ଚାୟତରେ ନୋଡାଲ ଅଧିକାରୀ ଭାବେ ଏହି ଦାୟିତ୍ଵ ନିର୍ବାହ କରିବେ । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ। ଏଥିପାଇଁ ୧୨ ତାରିଖରୁ ଯଜ୍ଞ କାର୍ଯ୍ୟ ଆରମ୍ଭ ହେବ । ଯାତ୍ରୀ ପରିକ୍ରମା ପ୍ରକଳ୍ପକୁ ଭବ୍ୟ ଓ ଆଧ୍ୟାତ୍ମିକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟକ ପଞ୍ଚାୟତରେ ଏହି ରଥ ପରିକ୍ରମା କରୁଛି ।

 

Comments are closed.