Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ପ୍ରଳମ୍ବାସୁର ବଧ ବେଶ

ପୁରୀ: ଆଜି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ବାଦଶୀ ତିଥି  । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ବଳଭଦ୍ର ମହାପ୍ରଭୂଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଦ୍ବାପର ଯୁଗରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳକ ମାନଙ୍କ ସହ ଖେଳୁଥିଲେ  । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ  ପ୍ରଳମ୍ବାସୁର ନାମକ ଜଣେ ପ୍ରଚଣ୍ଡ ବଳର ଅଧିକାରୀ ଏକ ଦୈତ୍ୟକୁ  କଂସ ପଠାଇଥିଲେ  ।  ପ୍ରଳମ୍ବାସୁର ପ୍ରଭୁ ବଳଭଦ୍ରଙ୍କୁ ଆକ୍ରମଣ କରି ଉପରକୁ ଟେକି  ନେଇଯିବା ସମୟରେ ସ୍ବୟଂ ବଳଭଦ୍ର ମହାପ୍ରଭୁ ମୁଷ୍ଟିକା ଘାତ କରି ପ୍ରଳମ୍ବାସୁରକୁ ବିନାଶ କରିଥିଲେ  ।

ତେବେ ମହାପ୍ରଭୂଙ୍କର କାଳୀୟଦଳନ ବେଶ  ସରିବା ପରେ ଆଜି ଶ୍ରୀମନ୍ଦିରରେ ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ  । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ  ପରେ ଏହି ବେଶ ଅନୁଷ୍ଠିତ ହେବ  । କାଷ୍ଠ, ବେତ , କଳା କନା , ଧଳା କନା ଓ ନୀଳ କନାରେ ୪ ଫୁଟର ଏକ ବିରାଟକାୟ  କାଷ୍ଠ  ନିର୍ମିତ  ପ୍ରଳନ୍ଦାସୁର ମୂର୍ତ୍ତିକୁ  ରତ୍ନ ସିଂହାସନସ୍ଥ  ବଳଭଦ୍ରଙ୍କ ନିମ୍ନ ଭାଗରେ ସଜ୍ଜିତ କରାଯାଏ  ।  ପ୍ରଳମ୍ବାସୁର ବଧ ବେଶରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ର ସାଧାରଣ ବେଶରେ  ବିରାଜମାନ କରିଥିବାବେଳେ ଅସୁରର ସ୍କନ୍ଧ ଓ ଦୁଇ ଭୁଜରେ  ପ୍ରଭୁ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ହୁଏ  । ତେବେ ଏହି ଦୃଶ୍ୟ ଦେଖିବା ଲାଗି ଆଜି ପୁରୀରେ ପ୍ରବଳ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି  । ଏହି ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି ।

Leave A Reply

Your email address will not be published.