Latest Odisha News

BREAKING NEWS

ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ। ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ। ଆଜି ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ। ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨ ଓ ୩ ତାରିଖ ଏବଂ ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଥିଲା।

ଏହି ଦିନ ବ୍ୟତୀତ ଅନ୍ୟ ଦିନ ମାନଙ୍କରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିଛି। ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣି ଓ ନୀତିକାନ୍ତି ଯୋଗୁଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ମଝିରେ ମଝିରେ ସ୍ଥଗିତ ରଖାଯାଉଛି।

ପୂର୍ବରୁ ରତ୍ନଭଣ୍ଡାରର କାନ୍ଥ ପ୍ଲାଷ୍ଟରିଙ୍ଗ କାର୍ଯ୍ୟ କରାଯାଇଥିବା ବେଳେ ବର୍ତ୍ତମାନ ଚଟାଣରେ ମରାମତି କାର୍ଯ୍ୟ କରାଯିବା ସହ ଆବଶ୍ୟକସ୍ଥଳରେ ପଥର ପରିବର୍ତ୍ତନର କାର୍ଯ୍ୟ କରାଯାଉଛି। ତେବେ ଆଜିଠାରୁ ପୁଣିଥରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବାକୁ ଯାଉଛି।

Comments are closed.