Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ନେଇ ହୋଇପାରେ ଚୂଡାନ୍ତ ନିଷ୍ପତି

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ପୂର୍ବାହ୍ନ ୧୧ଟାରେ ଏହି ବୈଠକ ବସିବ । ଏହି ବୈଠକରେ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ, ପରିଚାଳନା କମିଟି ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀମାନେ ଭାଗ ନେବେ । ବୈଠକରେ ଆସନ୍ତା ୧୭ରେ ହେବାକୁ ଥିବା ଯାତ୍ରୀ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ନେଇ ହୋଇପାରେ ଚୂଡାନ୍ତ ନିଷ୍ପତି ।

ଗତକାଲି ଗଜପତି ଦିବ୍ୟସିଂହ ଦେବ ଗ୍ରାଉଣ୍ଡ ଜିରୋରେ ଶ୍ରୀସେତୁ, ଯାତ୍ରୀ ପରିକ୍ରମା ମାର୍ଗ କାର୍ଯ୍ୟ ଅନୁଧ୍ୟାନ କରିବା ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିଥିଲେ । ପ୍ରଥମେ ଜଗନ୍ନାଥ ବଲ୍ଲଭରେ ହେଉଥିବା ମଲ୍ଟି ଲେଭର ପାର୍କିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, କାର ପାର୍କିଂ କାର୍ଯ୍ୟର ସମୀକ୍ଷା କରିଥିଲେ ଗଜପତି ମହାରାଜା ଦିବ୍ୟସଂହ ଦେବ । ସମୀକ୍ଷା ବେଳେ ଗଜପତି ମହାରାଜାଙ୍କ ସହ ଉପସ୍ଥିତ ଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଉପଜିଲ୍ଲାପଳ ।

ଆସନ୍ତା ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ । ତ୍ରିଦିବସାତ୍ମକ ପୂଜାର୍ଚ୍ଚନା ସହ ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏହାପୂର୍ବରୁ ତିନି ଦିନ ଧରି ଅର୍ଥାତ୍ ଜାନୁଆରୀ ୧୫ ତାରିଖରୁ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆରମ୍ଭ ହେବ। ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାରାୟଣ, ସଂକୀର୍ତ୍ତନ କରାଯିବ। ସମସ୍ତ ମଠର ମଠାଧିଶ, ବରିଷ୍ଠ ବ୍ୟକ୍ତିବିଶେଷ, ସେବାୟତ, ଛତିଶା ନିଯୋଗ ମହାନାୟକ, ଶ୍ରୀମନ୍ଦିର ପୁରୋହିତ, ମୁକ୍ତିମଣ୍ଡପ ବ୍ରାହ୍ମଣ, ଶ୍ରୋତ୍ରୀୟ ବ୍ରାହ୍ମଣ ଉପସ୍ଥିତ ରହିବେ । ୧୫ ତାରିଖ ସକାଳ ୭ଟା ୩୦ରେ ପ୍ରଦୀପ ପ୍ରଜ୍ବଳନ କରାଯାଇ ନୃସିଂହ ମନ୍ତ୍ରରେ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆରମ୍ଭ ହେବ

 

 

 

Leave A Reply

Your email address will not be published.