ପୁରୀ: ଦୀର୍ଘ ୯ ମାସ ପରେ ବଡ଼ଦେଉଳର ରତ୍ନ ସିଂହାସନରେ ଆଖି ଦେଖିଲା ଚକାନୟନ । ଭକ୍ତ ଓ ଭଗବାନଙ୍କ ମିଳିନ ହେଲା । ଆଜିଠାରୁ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପୁରୀ ବାସିନ୍ଦା । ମାର୍କେଟ ଛକଠାରୁ ବ୍ୟାରିକେଡ୍ ଦେଇ ଭକ୍ତମାନେ ସିଂହଦ୍ୱାର ଦେଇ ମନ୍ଦିର ଭିତରେ ପ୍ରବେଶ କରୁଛନ୍ତି । ପ୍ରବେଶ ପୂର୍ବରୁ ସାନିଟାଇଜ ହେବା ସହ ପରିଚୟପତ୍ର ଓ ଟୋକନ ଦେଖାଇ ଭିତରକୁ ଯାଉଛନ୍ତି ଭକ୍ତ ।
ସେବାୟତଙ୍କ ପରିବାର ପରେ ଆଜିଠାରୁ ପୁରୀବାସୀଙ୍କୁ ମିଳିଛି ମହାବାହୁଙ୍କ ମହାଦର୍ଶନ କରିବାର ସୁଯୋଗ । ସକାଳ ସାଢ଼େ ୭ଟାରୁ ଭକ୍ତଙ୍କୁ ଦର୍ଶନ ପାଇଁ ଭିତରକୁ ଛଡ଼ାଯାଇଥିଲା । ତିନିଟି ସିଫ୍ଟରେ ପହୁଡ଼ ଯାଏଁ ସାଧାରଣ ଦର୍ଶନ ଅନୁଷ୍ଠିତ ହେବ । ପୁରୀର ୭ଟି ୱାର୍ଡର ଲୋକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବେ । ୩୧ ତାରିଖ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ଅନ୍ୟାନ୍ୟ ୱାର୍ଡ ବାସିନ୍ଦାଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ହୋଇଛି ।
ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ପରୀକ୍ଷାମୂଳକ ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯାଉଥିବା ବେଳେ କୋଭିଡ୍ କଟକଣାକୁ କଡ଼ାକଡ଼ି ପାଳନ ବି କରାଯାଉଛି । ଆସନ୍ତା ୩ ତାରିଖରୁ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଏଥିପାଇଁ ୯୬ ଘଣ୍ଟା ମଧ୍ୟରେ କୋଭିଡ ନେଗେଟିଭ ରିପୋର୍ଟ ଆବଶ୍ୟକ ।
BREAKING NEWS
- NCBର ବଡ଼ କାର୍ଯ୍ୟାନୁଷ୍ଠାନ; ୮୧୩କିଲୋ ଗଞ୍ଜେଇ ଜବତ, ତିନି ଗିରଫ
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
Comments are closed.