Latest Odisha News

BREAKING NEWS

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ୨ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଓଡ଼ିଶା ଗସ୍ତରେ ଆସି ପୁରୀ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍ଣ ୨ଟା ୪୫ ମିନିଟରେ ସେ ପହଞ୍ଚିବେ । ତାଙ୍କୁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବେ । ଏହାପରେ ସେ ଯିବେ ପୁରୀ । ଅପରାହ୍ଣ ୩ଟା ୫୦ ମିନିଟରେ ପୁରୀରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶ୍ରୀମନ୍ଦିରର୍ ଦୁଇ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ଣ ୪ଟାରୁ ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାଷ୍ଟ୍ରପତି ଆସନ୍ତାକାଲି ଗୁଡିଆ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତ ସିଦ୍ଧନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭାସଙ୍କ ୧୫୦ ତମ ଜନ୍ମ ବାର୍ଷିକୀରେ ଯୋଗ ଦେବେ । ପରେ ଶ୍ରୀ ଚୈତନ୍ୟ ଗୌଡ଼ିଆ ମଠର ଏକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସୁରକ୍ଷା ପାଇଁ ପ୍ରାୟ ୪୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ ରହିବେ ।

Comments are closed, but trackbacks and pingbacks are open.