Latest Odisha News

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।

ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆଜି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Comments are closed.