Latest Odisha News

ଜୁଲାଇ ୨୫ ଯାଏଁ ଶ୍ରୀମନ୍ଦିର ବନ୍ଦ

ପୁରୀ : ଚଳିତ ବର୍ଷ ବିନା ଭକ୍ତରେ ହେବ ଶ୍ରୀଜିଉଙ୍କ ଦେବସ୍ନାନ ପୂର୍ଣ୍ଣିମା । ରଥଯାତ୍ରା ଭଳି ଏଥର ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଏହାସହ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରାଯାଇଛି।

ପୂର୍ବବର୍ଷ ଭଳି ଚଳିତ ବର୍ଷ କୋଭିଡ୍ କଟକଣାରେ ହେବ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି । ଏନେଇ ଛତିଶା ନିଯୋଗ ବୈଠକରେ ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି । ତେବେ ରଥଯାତ୍ରା ପରେ ଦର୍ଶନ ପ୍ରସଙ୍ଗରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜିଉଙ୍କ ଦର୍ଶନ ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର । ଆଜି ବସିଥିବା ବୈଠକରେ ପରିଚାଳନା କମିଟିର ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।

Leave A Reply

Your email address will not be published.