ପୁରୀ:ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ରବିବାର ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି । ନୁତନ ଏସଓପି ଜାରି ହେବା ପରେ ଭକ୍ତଙ୍କ ଲାଗି ଆସନ୍ତା ମେ’ମାସ ୧୫ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ଅଗ୍ନିଶମ ବିଭାଗର ଦୁଇଟି ଟିମ୍ ଶ୍ରୀମନ୍ଦିରକୁ ସାନିଟାଇଜ କରିଛନ୍ତି । ଅଗ୍ନିଶମ ବାହିନୀର ଗୋଟିଏ ଟିମ୍ ଶ୍ରୀମନ୍ଦିର ବାହାର ପାର୍ଶ୍ଵରେ ଚାରିଦ୍ୱାର, ଜୋତା ଷ୍ଟାଣ୍ଡ, କିଓସ୍କ, ବ୍ୟାରିକେଡ଼ ଆଦିକୁ ବିଶୋଧନ କରିଥିଲେ । ସେପଟେ ଅନ୍ୟ ଟିମ୍ ହ୍ଯାଣ୍ଡ ସ୍ପ୍ରେ ମାଧ୍ୟମରେ ଶ୍ରୀମନ୍ଦିର ଭିତର ପାର୍ଶ୍ଵରେ ଆନନ୍ଦବଜାର, ସ୍ନାନ ବେଦୀ, କୀର୍ତ୍ତନ ଚକଡା, ବାଇଶି ପାବଚ୍ଛ ଆଦି ଭକ୍ତମାନଙ୍କ ଗହଳି ହେଉଥିବା ସ୍ଥାନକୁ ସାନିଟାଇଜ କରିଛନ୍ତି । ଏବେ ସାଧାରଣ ଦର୍ଶନ ବନ୍ଦ ରହିଥିବାରୁ ଶ୍ରୀମନ୍ଦିରରେ ସଂକ୍ରମଣ ହ୍ରାସ ପାଇବ ବୋଲି ଆଶଙ୍କା କରାଯାଉଛି । ତଥାପି ସେବାୟତ ମାନେ ସଚେତନ ନରହିଲେ ବିପଦର ଆଶଙ୍କାକୁ ଏଡାଇ ଦିଆଯାଇନପାରେ ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.