ବ୍ରହ୍ମପୁର: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି)ର ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ନିଜର ବହୁ ସମର୍ଥକଙ୍କ ସହ ବିଜେଡ଼ିରେ ସାମିଲ ହୋଇଛନ୍ତି। ବ୍ରହ୍ମପୁରସ୍ଥିତ ବିଜେଡ଼ି ଜିଲା କାର୍ଯ୍ୟାଳୟରେ ଏନେଇ ଏକ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଗତ ପୌର ନିର୍ବାଚନରେ ପ୍ରିୟଙ୍କା ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷା ପଦ ପାଇଁ ଆଶାୟୀ ଥିଲେ । କିନ୍ତୁ ଦଳ ତାଙ୍କୁ ଟିକେଟ୍ ଦେଇନଥିଲା। ଫଳରେ ପ୍ରିୟଙ୍କା ସ୍ବାଧୀନ ଭାବେ ଲଢ଼ି ବିଜୟୀ ହୋଇଥିଲେ । ତାଙ୍କ ସ୍ୱାମୀ ଅଶୋକ କୁମାର ମହାଙ୍କୁଡ ବିଜେଡିରେ ସାମିଲ୍ ହୋଇଛନ୍ତି। ଜିଲା ସଭାପତି ଡା.ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ଜିଲା ପର୍ଯ୍ୟବେକ୍ଷକ ଦାୟୀତ୍ୱରେ ଥିବା ଶିଳ୍ପମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଉପସ୍ଥିତିରେ ପ୍ରିୟଙ୍କା ଓ ଅଶୋକ ବିଜେଡ଼ିରେ ସାମିଲ ନେଇ ଘୋଷଣା କରିଥିଲେ । ତାଙ୍କ ସହ ପୁରୁଷୋତ୍ତମପୁର ଏନ୍ଏସିର ବହୁ କର୍ମୀ ଓ ନିର୍ବାଚିତ ପ୍ରତିନିଧି ମଧ୍ୟ ସାମିଲ୍ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆସିକା ସାଂସଦ ପ୍ରମିଳା ବିଷୋୟୀ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ, ପୁରୁଷୋତ୍ତମପୁର ଏନ୍ଏସି ବିଜେଡି ସଭାପତି ପ୍ରଭାତ ପଟ୍ଟନାୟକଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ ।
BREAKING NEWS
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
Comments are closed.