ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ପୁଷ୍କର ସିଂ ଧାମି ଶପଥ ନେଲେ : ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ବୈଜୟନ୍ତ ପଣ୍ଡା ସାମିଲ
ଦିଲ୍ଲୀ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେଲେ ବୈଜୟନ୍ତ ପଣ୍ଡା । ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ପୁଷ୍କର ସିଂ ଧାମି ଶପଥ ଗ୍ରହଣ କରିଛନ୍ତିା ପୁଷ୍କର ସିଂ ଧାମି ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହ ମନ୍ତ୍ରୀ ଅମିତ ସାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ଅନେକ ବରିଷ୍ଠ ନେତା ଯୋଗ ଦେଇଛନ୍ତି।
ଆଜି ସକାଳେ ଡେରାଡୁନ ବିମାନ ବନ୍ଦରରେ ପହଞ୍ଚିବା ପରେ ବୈଜୟନ୍ତ ପଣ୍ଡାଙ୍କ ସମେତ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ (ସଂଗଠନ) ବି ଏଲ୍ ସନ୍ତୋଷ, ବିଜେପି ଯୁବମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତେଜସ୍ବି ସୁରିୟା ଏବଂ ରାଷ୍ଟ୍ରୀୟ ପ୍ରବକ୍ତା ଆର. ପି. ସିଂଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହାପରେ ଦଳୀୟ ନେତୃବୃନ୍ଦଙ୍କ ସହ ଆଲୋଚନା ହୋଇଥିଲା। ଶପଥ ଗ୍ରହଣ ପୂର୍ବରୁ ପୁଷ୍କର ସିଂ ଧାମି ପରିବାର ସହ ପୂର୍ଜାର୍ଚ୍ଚନା କରିଥିଲେ।
Comments are closed.