Latest Odisha News

BREAKING NEWS

ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି, ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ହେଉଛି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ।  ଏହି ତିଥିରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ।

ମହାପ୍ରଭୂଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଯାତ୍ରା । ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁଙ୍କୁ ଅଭିଷେକ କରାଯିବ । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ ।

ଏହାପରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । କିରିଟ, କୁଣ୍ଡଳ,ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ,ସେବତୀମାଳ, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇ ଭକ୍ତ ଜନଙ୍କୁ ଦର୍ଶନ ଦେବେ । ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରି କୋଟି ପୂଣ୍ୟ ଅର୍ଜନ କରିବେ ଭକ୍ତଗଣ  ।

 

Leave A Reply

Your email address will not be published.