Latest Odisha News

BREAKING NEWS

ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର:ପୁଣି ଥରେ ବିଜେଡିକୁ ଫେରିଲେ ବାଲେଶ୍ବର ଜିଲ୍ଲାର ୨ ଭେଟେରାନ୍ ରାଜନେତା ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ। ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି ।

ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟାରେ କହିଛନ୍ତି, ଦୁଇ ନେତାଙ୍କ ଯୋଗଦାନ ଦ୍ୱାରା ବିଜେଡି ବାଲେଶ୍ୱର ଜିଲ୍ଲାରେ ଆହୁରି ମଜବୁତ ହେବ।

ବିଜେଡିରେ ସେମାନଙ୍କୁ ଗ୍ରହଣ କରିଥିବାରୁ ରଘୁନାଥ ଓ ଜୀବନ ପ୍ରଦୀପ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ।

ଜିଲ୍ଲାର ଆଠ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ସହ ବଡ଼ସାହି ନିର୍ବାଚନ ମଣ୍ଡଳୀରେ ବିଜେଡିକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ସେମାନେ କାମ କରିବେ ବୋଲି ଘୋଷଣା କରିଛନ୍ତି ।

ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ୨୦୧୯ରେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ। ସେ ବିଜେପି ଟିକେଟ୍‌ ବସ୍ତା ଆସନରୁ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ। ତେବେ ୨୦୨୪ ନିର୍ବାଚନ ପୂର୍ବରୁ ସେ ବିଜେପି ଛାଡିଥିଲେ। ସେହିପରି ଜୀବନ ପ୍ରଦୀପ ୨୦୨୦ରେ ବିଜେଡି ଛାଡି ବିଜେପିରେ ଯୋଗ ଦେଇ ଥିଲେ।

Leave A Reply

Your email address will not be published.