Latest Odisha News

BREAKING NEWS

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରଘୁନାଥ ମହାପାତ୍ରଙ୍କର ହେବ ଶେଷକୃତ୍ୟ

ଭୁବନେଶ୍ବର : ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏଥିସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ କରବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ମହାପାତ୍ର ତାଙ୍କ ନିହାଣ ମୂନରେ ଓଡ଼ିଶାର ମହାନ କଳା ଓ ପରମ୍ପରାକୁ ବିଶ୍ବବ୍ୟାପୀ କରିଥିଲେ । ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବାରେ ତାଙ୍କର ମହନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ । ସେ ଥିଲେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ । ସାରା ଦେଶରେ ବହୁ ସ୍ଥାନରେ ଜଗନ୍ନାଥ ମନ୍ଦିର ନିର୍ମାଣରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଥିଲା । ପୁରୀ ଶ୍ରୀମନ୍ଦିର ମରାମତିରେ ସେ ମଧ୍ୟ ସହଯୋଗ କରିଥିଲେ । ଗଞ୍ଜାମ ତାରାତାରିଣୀ ମନ୍ଦିର ପୁନଃ ନିର୍ମାଣରେ ସେ ତାଙ୍କର ଅତୁଳନୀୟ କାରିଗରୀ ଦକ୍ଷତା ପ୍ରଦର୍ଶନ କରିଯାଇଛନ୍ତି । ବାସ୍ତବରେ ସେ ଥିଲେ କଳାଜଗତର ଏକ ବିସ୍ମୟ କର ପ୍ରତିଭା ।

ତାଙ୍କ ଅକାଳ ବିୟୋଗରେ ଭାରତର କଳା ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.