ମୁମ୍ବାଇ: ଭାରତର ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଦ୍ୱିତୀୟ ଥର ପାଇଁ ବାପା ହେବାକୁ ଯାଉଛନ୍ତି । ଏହି ପ୍ରତିଭାବାନ କ୍ରିକେଟରଜଣଙ୍କ ତାଙ୍କ ଇନଷ୍ଟାଗ୍ରାମ ଆକାଂଉଟରେ ଏ ନେଇ ସୂଚନା ଦେଇଛନ୍ତି । ଏଥିରେ ସେ ତାଙ୍କ ପତ୍ନୀ ରାଧିକା ଓ ଝିଅ ଆର୍ଯ୍ୟାଙ୍କ ଫଟୋ ମଧ୍ୟ ଶେୟାର କରିଛନ୍ତି । ଅକ୍ଟୋବରରେ ମୁଁ ଦ୍ୱିତୀୟ ଥର ପାଇଁ ବାପା ହେବି । ସୂଚନାଯୋଗ୍ୟ, ରାହାଣେ ୨୦୧୯ରେ ଏହି ଅକ୍ଟୋବରରେ ହିଁ ପ୍ରଥମେ ପିତା ହେବାର ସୌଭାଗ୍ୟ ଅର୍ଜନ କରିଥିଲେ । ରାହାଣେ ଓ ରାଧିକା ପିଲା ବେଳୁ ବନ୍ଧୁ ଥିଲେ । ୨୦୧୪ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରେ ଖରାପ ପ୍ରଦର୍ଶନ ଯୋଗୁ ରାହାଣେଙ୍କୁ ଭାରତୀୟ ଦଳରୁ ବାଦ ଦିଆଯାଇଛି । ଅକ୍ଟୋବର ପରେ କାଂଉଟି କ୍ରିକେଟରେ ଭଲ ପ୍ରଦର୍ଶନ କରି ସେ ଜାତୀୟ ଦଳକୁ ଫେରିବା ପାଇଁ ଉଦ୍ୟମ କରିବେ ବୋଲି କହିଛନ୍ତି ।
BREAKING NEWS
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Comments are closed.