Latest Odisha News

BREAKING NEWS

ଝାରପଡ଼ା ଜେଲରେ ରେଡ୍, ୬ ଜଣ ଏସିପି ସାମିଲ

ଭୁବନେଶ୍ବର: ଗତକାଲି ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ପରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି । ଡିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଞ୍ଚି ଏହି ରେଡ୍ କରିଛନ୍ତି ।

ଜେଲର ପ୍ରତ୍ୟେକ ସେଲ୍ ଓ ଓ୍ବାର୍ଡରେ ଛାନଭିନ କରାଯାଉଛି । ଡିସିପିଙ୍କ ସମେତ ବିଭିନ୍ନ ଜୋନର ୬ ଜଣ ଏସିପି, ୫ ଜଣ ଆଇଆଇସି ସହିତ ଏକ ପ୍ଲାଟୁନ ଫୋର୍ସ ଏହି ଚଢାଉରେ ସାମିଲ ହୋଇଛନ୍ତି ।

ଖବର ମୁତାବକ, ଗତକାଲି (ମଙ୍ଗଳବାର) ଝାରପଡା ଭିତରେ ଗ୍ୟାଙ୍ଗୱାରର ଖବର ଆସିଥିଲା । ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଏହି ଆକ୍ରମଣରେ ୪ରୁ ଅଧିକ କଏଦୀ ଗୁରୁତର ହୋଇଥିଲେ । ସେମାନଙ୍କୁ ପ୍ରଥମେ ଜେଲ୍ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।

ତେବେ ଜେଲ୍ ଭିତରେ ଅବାଧ ନିଶା କାରବାରକୁ ନେଇ ଏହି ସଂଘର୍ଷ ଘଟିଥିବା କୁହାଯାଉଛି । ଘଟଣାକୁ ନେଇ ଜେଲ କର୍ତ୍ତୃପକ୍ଷଙ୍କ ଏତଲା ପରେ ଲକ୍ଷ୍ମୀସାଗର ଥାନାରେ ମାମଲା ରୁଜୁ ହୋଇଛି । ଘଟଣାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଜେଲ୍ ବିଭାଗ ।

Leave A Reply

Your email address will not be published.