Latest Odisha News

BREAKING NEWS

ହାତୀଦାନ୍ତ ଡିଲ ବେଳେ ଚଢାଉ: ୨ହାତୀଦାନ୍ତ ଜବତ, ୩ ଗିରଫ

ଦେବଗଡ଼: ହୋଟେଲରେ ଚାଲିଥିଲା ହାତୀଦାନ୍ତ ଡିଲ । ଡିଲ ବେଳେ ମାଡ଼ିବସିଲା ବନ ବିଭାଗ । ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର।

ଗତକାଲି ରାତିରେ ଦେବଗଡ ବନ ଖଣ୍ଡ ଅଞ୍ଚଳରେ ଥିବା ଏକ ହୋଟେଲରେ ହାତୀ ଦାନ୍ତ କାରବାର ଚାଲିଥିଲା। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଚଢାଉ କରିଥିଲା । ବନ ବିଭାଗ ହୋଟେଲରେ ଚଢ଼ାଉ କରି ୩ଟି ହାତୀ ଦାନ୍ତ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଜବତ ହାତୀ ଦାନ୍ତର ଓଜନ ପ୍ରାୟ ୯ କେଜି। ୱାଇଲ୍ଡ ଲାଇଫ ପ୍ରୋଟେକ୍ସନ ଆକ୍ଟରେ ମାମଲା ରୁଜୁ କରାଯାଇଛି।

Leave A Reply

Your email address will not be published.