Latest Odisha News

ରଥଯାତ୍ରା ସମୟରେ ପୁରୀକୁ ଟ୍ରେନ୍ ସେବା ଉପରେ ରେଳବାଇର ପ୍ରତିବନ୍ଧକ

ଭୁବନେଶ୍ବର : ରଥଯାତ୍ରାରେ ଟ୍ରେନ ଚଳାଚଳ ଉପରେ କଟକଣା ଲଗାଇଲା ରେଳବାଇ । କୋଭିଡ ସଂକ୍ରମଣକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେଇଛଇ ରେଳ ବିଭାଗ । ମହାମାରୀ କରୋନାକୁ ଚେକ୍ ଦେବା ପାଇଁ ରଥ ଯାତ୍ରା ସମୟରେ ପୁରୀକୁ ଟ୍ରେନ୍ ଚଳାଚଳ ଉପରେ ପ୍ରତବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି ରେଳବାଇ ।

ନିଷ୍ପତ୍ତି ଅନୁସାରେ, ୨୬ଟି ଦୂର ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧା ରୋଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ଏବଂ ଖୋର୍ଦ୍ଧା ରୋଡରୁ ଯାତ୍ରା ପ୍ରାରମ୍ଭ କରିବ । ଉଭୟ ଦିଗରୁ ଖୋର୍ଦ୍ଧା ରୋଡ୍ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ । ବାତିଲ ହୋଇଥିବା ଟ୍ରେନ୍ ଗୁଡିକ ମଧ୍ୟରେ ୨୧ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ପ୍ରାରମ୍ଭ କରିବ । ୫ଟି ସାପ୍ତାହିକ ବିଶେଷ ଟ୍ରେନ ନିର୍ଦ୍ଦିଷ୍ଟ ଦିନମାନଙ୍କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧା ରୋଡ଼ ଷ୍ଟେସନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ପ୍ରାରମ୍ଭ କରିବ । ସେହିପରି ଦୈନନ୍ଦିନ ଚଳାଚଳ କରୁଥିବା ୫ଟି ଏବଂ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରି ଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ ଏଥିରେ ଅନ୍ତର୍ଭୂକ୍ତ ।

Leave A Reply

Your email address will not be published.