Latest Odisha News

BREAKING NEWS

ରାଜଧାନୀ କୋଚ ସହିତ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ଶୁଭାରମ୍ଭ କରିବେ କେନ୍ଦ୍ର ରେଳ ମନ୍ତ୍ରୀ

ଭୁବନେଶ୍ୱର: ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଜାନୁୟାରୀ ମାସ ୬ ତାରିଖ ଦିନ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ରାଜଧାନୀ କୋଚ ସହିତ ଚଳାଚଳକୁ ଆଭାସୀ (ଭିଡିଓ କାନଫରେନସି) ମାଧ୍ୟମରେ ଶୁଭାରମ୍ଭ କରିବେ।

ଯାତ୍ରୀମାନଙ୍କୁ ଉନ୍ନତ ତଥା ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳବାଇ ପକ୍ଷରୁ ୧୮୪୫୨/୧୮୪୫୧ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ବର୍ତ୍ତମାନର ପ୍ରଚଳିତ କୋଚ ପରିବର୍ତ୍ତେ ଉନ୍ନତମାନର ରାଜଧାନୀ କୋଚ ଭଳି ଲିଙ୍କେ-ହୋଫମାନ-ବୁଶ (LHB) କୋଚ ସହିତ ଚଳାଇବାକୁ ସ୍ଥିର ହୋଇଛି । ଏହି ସୁବିଧା ଆରାମଦାୟକ ଯାତ୍ରା ଅଭିଜ୍ଞତା ଏବଂ କମ୍ ଶବ୍ଦ ସହିତ ସୁରକ୍ଷାକୁ ବୃଦ୍ଧି କରାଇବ ।

ଶ୍ରୀ ବୈଷ୍ଣବ ଜାନୁୟାରୀ ୭ରେ କଟକ ରେଳ ଷ୍ଟେସନ ଠାରେ ଦ୍ୱିତୀୟ ପ୍ରବେଶ ପଥର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କଟକ ଷ୍ଟେସନ ନିରୀକ୍ଷଣ କରିବେ ଏବଂ ଯାତ୍ରୀ ସୁବିଧା ସମ୍ବନ୍ଧରେ ସମୀକ୍ଷା କରିବେ ।

କଟକ ରେଳ ଷ୍ଟେସନର ପ୍ରବେଶ ପଥ ବିକାଶ କାର୍ୟ୍ୟଗୁଡିକ ମଧ୍ୟରେ ପରୀକ୍ଷେତ୍ର ଅଞ୍ଚଳରେ ଦୁଇ, ତିନି, ଚାରି ଚକିଆ ଯାନ ପାଇଁ ପାର୍କିଂ, ପିକଅପ୍ ଏବଂ ଡ୍ରପ୍ ପଏଣ୍ଟ, ଆମ୍ବୁଲାନ୍ସ ପାଇଁ ପାର୍କିଂ, ଭିଆଇପି ଯାନ ଇତ୍ୟାଦି ସୁବିଧା ରହିବ ସହିତ ଚୌଡା ସଂଯୋଗୀକରଣ ରାସ୍ତା ନିର୍ମାଣ ଅନ୍ତର୍ଭୁକ୍ତ । ଓଡ଼ିଶା ସରକାରଙ୍କ ମନ୍ତ୍ରୀ ପଦ୍ମନାଭ ବେହେରା ଏବଂ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ସୁରେଶ କୁମାର ରାଉତରାୟ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ପ୍ରମୁଖ ଭୁବନେଶ୍ୱର ରେଳ ଷ୍ଟେସନରେ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିବେ ।

ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ସାଂସଦ ଭର୍ତ୍ତୃହରି ମହତାବ, ବିଧାୟକ ମହମ୍ମଦ ମୋକିମ, ସୌଭିକ ବିଶ୍ୱାଳ ପ୍ରମୁଖ କଟକ ରେଳ ଷ୍ଟେସନରେ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିବେ ।

Leave A Reply

Your email address will not be published.