ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। କି-ମ୍ୟାନ୍ ଇଟିୱା ଓରାମଙ୍କ ମୃତ୍ୟୁ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଓଡ଼ିଶା ଝାଡ଼ଖଣ୍ଡ ସୀମାରେ ଏକ ଅପ୍ରତ୍ୟାଶିତ IED ବିସ୍ଫୋରଣରେ ଭାରତୀୟ ରେଳରେ କାର୍ଯ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ଦୁଃଖଦ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ…
— CMO Odisha (@CMO_Odisha) August 3, 2025
ସେ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।
ସୂଚନାଥାଉକି, ସୁନ୍ଦରଗଡ ଜିଲ୍ଲା ବଣାଇ ସ୍ଥିତ ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି ।ବିସ୍ପୋରଣରେ ଦୁଇଟି ସ୍ଲିପର ବାହାରି ଯାଇଛି ଓ ଟ୍ରାକରେ ଖାତ ସୃଷ୍ଟି ହୋଇଛି । ଏଥିସହ ବିସ୍ପୋରଣ ସ୍ଥଳଠୁ ଏକ କିଲୋମିଟର ବ୍ୟବଧାନରେ ମାଓପୋଷ୍ଟର ଲଗାଇଛନ୍ତି ।
Comments are closed.