Latest Odisha News

BREAKING NEWS

ଦିନ ୧୦ଟା ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡା, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର ଓ ଢେଙ୍କାନାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୦ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.