Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ନୟାଗଡ, ଗଞ୍ଜାମ, ଗଜପତି, ନୂଆପଡା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୭ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.