ଭୁୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଅଜି ୧୭ଟି ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ଦିନ ୧୧ଟା ମଧ୍ୟରେ ୧୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକ ଓ ଭୁବନେଶ୍ୱରରେ ଆଜି ସକାଳୁ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଭାଗ ଅନୁସାରେ କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ ସହର ସମେତ କଟକ ଜିଲ୍ଲା,ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲା। ଏହାବ୍ୟତୀତ ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଆଜି ସକାଳୁ ସକାଳୁ ଭୁବନେଶ୍ୱର ସମେତ କେତେ ଅଂଚଳରେ ବର୍ଷା ହୋଇଥିବା ଜଣାପଡିଛି ।
Comments are closed.