ଭୁବନେଶ୍ୱର: ଓଡିଶାର ୯ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଭାଗ ପକ୍ଷରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି।
ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), କଟକ (କଟକ ସହର), ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଏବଂ ଗଜପତି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
ତେବେ ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
Comments are closed.