Latest Odisha News

ଓଡିଶାର ଏହିସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଦେବଗଡ, ଅନୁଗୁଳ, ସୁନ୍ଦରଗଡ, ବରଗଡ, ଝାରସୁଗୁଡା, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା ଓ କୋରାପୁଟ ଜିଲ୍ଲା ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା: ରେଡ୍ ୱାର୍ଣ୍ଣିଂରେ ୧୩ ଜିଲ୍ଲା

ଅପରପକ୍ଷରେ ଏହି ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୧ଟା ୩୦ମି.ରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.