Latest Odisha News

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୨୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ଅନୁଗୁଳ, ଢେଙ୍କାନାଳ, ରାୟଗଡା, ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସକାଳ ୧୦ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.