Latest Odisha News

BREAKING NEWS

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଏହା ପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଗୁରୁବାର ଦିନ ଓଡ଼ିଶାରେ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି।

ଏହି ପାଣିପାଗ ପ୍ରଣାଳୀ ଯୋଗୁଁ ୧୧ ସେପ୍ଟେମ୍ବର ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ ବିଶେଷକରି ଗୁରୁବାର ଦିନ ଅତ୍ୟଧିକ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ୧୨ ତାରିଖ ଯାଏ ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ହେବ। ତେବେ ୧୦ ତାରିଖ ଗୁରୁବାର ପାଇଁ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ସେହିପରି ୧୧ ସେପ୍ଟେମ୍ବର ପର୍ଯ୍ୟନ୍ତ ଗାଙ୍ଗେୟ ପଶ୍ଚିମବଙ୍ଗ, ଓଡ଼ିଶା ଓ ଝାଡ଼ଖଣ୍ଡରେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୧ ତାରିଖରେ ଓଡ଼ିଶାର କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନବରଙ୍ଗପୁର, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ଆଶଙ୍କା ଅଛି।

Leave A Reply

Your email address will not be published.