Latest Odisha News

BREAKING NEWS

ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ବର୍ଷା, ଆଜି ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜିପାଇଁ ୬ ଜିଲ୍ଲା ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଆଜି ସକାଳୁ ଭୁବନେଶ୍ୱର ସମେତ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ଝିପିଝିପି ବର୍ଷା ହୋଇଛି । ଆସନ୍ତାକାଲି ପାଇଁ ୬ ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼କୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଏଥିସହ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ବି ରହିଛି ।

ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୧ ତାରିଖ ପରେ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।

Leave A Reply

Your email address will not be published.