Latest Odisha News

BREAKING NEWS

ରାଜ୍ୟରେ ୨୪ରୁ ୨୬ ଯାଏଁ ବର୍ଷା!

ଭୁବନେଶ୍ୱର: ଆସନ୍ତା ୨୪ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୨୫ରୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ମଧ୍ୟ ରହିଛି । ଏଥିସହିତ ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି ସହ ଘଡଘଡି ମାରିପାରେ । ଏହାର ପ୍ରଭାବରେ ୨୬ ତାରିଖରେ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ଏନେଇ ଆଜି ଅପରାହ୍ନରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ ପକ୍ଷରୁ କୁହାଯାଇଛି ଯେ, ୨୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଠିକ ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି କେନ୍ଦ୍ରର ସୂଚନା ମୁତାବକ, ୨୬ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ତେବେ, ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକକୁ ଫେରି ଆସି ଥିବାରୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ।

Comments are closed, but trackbacks and pingbacks are open.