Latest Odisha News

BREAKING NEWS

ଓଡିଶାର ଏହିସବୁ ସ୍ଥାନରେ ବର୍ଷା ସହ ଘନ କୁହୁଡି ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଉପକୂଳ ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ବୌଦ୍ଧ, କନ୍ଧମାଳ, ରାୟଗଡ ଏବଂ କୋରାପୁଟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଉତ୍ତର ଓଡିଶାର ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ ଏବଂ କନ୍ଧମାଳର କିଛି କିଛି ସ୍ଥାନରେ ଘନ କୁହୁଡି ନେଇ ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା କରାଯାଇଛି ।

Leave A Reply

Your email address will not be published.