Latest Odisha News

BREAKING NEWS

ଓଡିଶାର ୧୦ ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କେନ୍ଦୁଝର, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, କଟକ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୪୫ମି. ରୁ ୨ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.